ଆସନ୍ତାକାଲିଠୁ ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ପୁସ୍ତକ ମହୋତ୍ସବ

ଆସନ୍ତା ୬ ତାରିଖରୁ ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଏହା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜନ କରାଯିବ।ଚଳିତ ବର୍ଷ ପୁସ୍ତକ ମେଳାରେ ପ୍ରାୟ ୪୦୦ଟି ଷ୍ଟଲ୍‌ ରହିବ l ଏଥିସହ ପ୍ରାୟ ୨୦୦ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଯୋଗଦେବେ।

ଚଳିତବର୍ଷ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବ, ଓଡ଼ିଶାରେ ବୁଦ୍ଧ ସ୍ମାରକୀ, ଭଗବାନ ବିର୍ସା ମୁଣ୍ଡା ଓ ଅନ୍ୟାନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀକୁ ଆଧାର କରାଯାଇ ତିନିଗୋଟି ଥିମ୍ ପାଭିଲିୟନ ନିର୍ମାଣ କରାଯିବ l ଏଥିସହ ପୁସ୍ତକ ମେଳାର ମୁଖ୍ୟ ପ୍ରବେଶ ଦ୍ୱାରକୁ ଡକ୍ଟର ହରେକୃଷ୍ଣ ମହତାବ, ମୁଖ୍ୟମଞ୍ଚକୁ ସୁନାମଧନ୍ୟ ସାହିତ୍ୟିକ ସାତକଡି ହୋତା, ମେଳାର ଭିତର ପ୍ରବେଶ ଦ୍ୱାରକୁ କବି ହରିହର ମିଶ୍ର ଏବଂ ମେଳାର ଭିତର ମଞ୍ଚକୁ ସାହିତ୍ୟିକ ସତ୍ୟନାରାୟଣ ବହିଦାରଙ୍କ ନାମରେ ନାମିତ କରାଯିବ। ଏଥିସହ ପୁସ୍ତକ ମେଳାର ବିଭିନ୍ନ ସ୍ଥାନରେ ବହୁ ଯୁଗସ୍ରଷ୍ଟା ସାହିତ୍ୟିକମାନଙ୍କର ଫଟୋଚିତ୍ର ସ୍ଥାନିତ କରାଯିବ।

You might also like