ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ । ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ।ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଏବଂ ମୁମ୍ବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଆଜି ଏହି ସୂଚନା ଦେଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ। ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ।

You might also like