ମେ’ ୨ରୁ ଓଜେଇଇ ପରୀକ୍ଷା

ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ । ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ କରାଯିବ। ଛାତ୍ରଛାତ୍ରୀ ୱେବ୍‌ସାଇଟ୍‌ରୁ ନିଜର ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ ।ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ।

You might also like