ପାକିସ୍ତାନର ୧୬ଟି ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଛି ଭାରତ ।
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, କଠୋର ହେଉଛି ଭାରତ । ପାକିସ୍ତାନ ବିରୋଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ଜାରି ରହିଛି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । । ପହଲଗାମ୍ ଅତଙ୍କୀ ଅକ୍ରମଣ ପରେ ଏହା ଦ୍ୱିତୀୟ ବଡ କାର୍ଯ୍ୟାନୁଷ୍ଠାନ ବୋଲି କୁହାଯାଉଛି । ପାକିସ୍ତାନର ୧୬ଟି ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଛି ଭାରତ । ପୁର୍ବରୁ ସୋସିଆଲ ମିଡିଆ ‘ଏକ୍ସ’ ବନ୍ଦ କରିଥିଲା ଭାରତ । ଏହି ଚ୍ୟାନେଲଗୁଡ଼ିକରେ ଅଛି ପୂର୍ବତନ କ୍ରିକେଟର ସୋଏବ ଅଖତର ଏବଂ ଆରଜୁ କାଜମୀ ଭଳି ଅନେକ ବଡ଼ ୟୁଟ୍ୟୁବ୍ ଚ୍ୟାନେଲ । ଆହୁରି ବି ଡନ୍ ନ୍ୟୁଜ୍, ସାମା ଟିଭି ଏବଂ ଜିଓ ନ୍ୟୁଜ୍ ଭଳି ବଡ଼ ନାମ ମଧ୍ୟ ଅନ୍ତର୍ଭୁକ୍ତ। ସରକାର ଏହି ପଦକ୍ଷେପ ନେଇଛନ୍ତି କାରଣ ଏହି ଚ୍ୟାନେଲଗୁଡ଼ିକ ଭାରତ, ଏହାର ସେନା ଓ ସୁରକ୍ଷା ଏଜେନ୍ସିଗୁଡ଼ିକ ବିରୁଦ୍ଧରେ ଉତ୍ତେଜନାପୂର୍ଣ୍ଣ, ମିଥ୍ୟା ଏବଂ ଭ୍ରାମକ ସୂଚନା ପ୍ରସାର କରୁଥିଲେ।
