ଓଡ଼ିଶା ଆଇ-ଟି ପ୍ରମୁଖ ମୁଖ୍ୟ କମିଶନର ହେଲେ ପାରମିତା ଶତପଥୀ ତ୍ରିପାଠୀ
୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।ମାର୍ଚ୍ଚ ମାସରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ପଦବୀରେ ତାଲିକାଭୁକ୍ତ ୩୪ ଜଣ ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀଙ୍କ ମଧ୍ୟରେ ପାରମିତା ଥିଲେ । ସେ ଓଡ଼ିଶାରେ ଆୟକର ବିଭାଗରେ ବିଭିନ୍ନ ପଦବୀରେ କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ପାୱାର ଜେନେରେସନ କର୍ପୋରେସନ ଲିମିଟେଡ (ଓପିଜିସି)ରେ ଅର୍ଥ ନିର୍ଦ୍ଦେଶକ ଭାବରେ ମଧ୍ୟ ୬ ବର୍ଷ କାର୍ଯ୍ୟ କରିଥିଲେ ।ତାଙ୍କ ସାହିତ୍ୟିକ କୃତି ପାଇଁ ପାରମିତାଙ୍କୁ ୨୦୦୬ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୬ରେ ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୨୧ରେ ସାରଳା ପୁରସ୍କାରରେ ସମ୍ମାନିତ କରାଯାଇଥିଲା।
