ପାର୍ସଲ ବୋମା ବିସ୍ଫୋରଣ ଘଟଣା, ଆଜି ପୁଞ୍ଜିଲାଲକୁ ନେଇ କଣ ଆସୁଛି ରାୟ

ଆଜି ଆସିବ ପାର୍ସଲ ବୋମା ରାୟ । ବଲଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆସିବ ରାୟ । । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଦଣ୍ଡ ପାଇବେ କି ନାହିଁ ? ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ବିରୋଧରେ କି ଦଣ୍ଡାଦେଶ ହେବ, ତା’ଉପରେ ସମସ୍ତଙ୍କର ରହିଛି ନଜର ।

ସୂଚନାମୁତାବକ ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିବା ଅଭିଯୋଗ ହୋଇଥିଲା । ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୮ ତାରିଖରେ ହୋଇଥିଲା । ବିବାହ ଭୋଜିରେ ପୁଞ୍ଜିଲାଲ୍ ଉପହାର ଭାବେ ପାର୍ସଲ ବୋମା ପଠାଇଥିଲେ । ୨୩ ତାରିଖ ଦିନ ପାର୍ସଲ୍ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେ ମାଙ୍କର ମୃତ୍ୟୁ ଘଟିଥିଲା । ନବବିବାହିତା ପତ୍ନୀ ରିମାରାଣୀ ଗୁରୁତର ଭାବେ ଆହତ ହୋଇଥିଲେ । ପରେ ସେ ଦୀର୍ଘ ଦିନ ଧରି ଚିକିତ୍ସିତ ହେବା ପରେ ସୁସ୍ଥ ହୋଇଥିଲେ । ତେବେ ଘଟଣାର କୌଣସି ଚାକ୍ଷୁସ ପ୍ରମାଣ ନଥିଲେ ବି ତଦନ୍ତ କରି କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୪ ତାରିଖରେ ଗିରଫ କରିଥିଲା । ପରବର୍ତ୍ତୀ ସମୟରେ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହେବାପରେ ପୁଞ୍ଜିଲାଲ ସୁପ୍ରିମ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏବେ ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲ୍ଲା କାରାଗାରରେ ଛଅ ବର୍ଷରୁ ଅଧିକ କାଳ ହେଲା ଜେଲରେ ଅଛନ୍ତି ।

You might also like