ପାଟଣାଗଡ଼ ପାର୍ସଲ ବୋମା ଘଟଣା
ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ ।