ମୋଦୀଙ୍କ ମନ କଥାରେ ମୟୂରଭଞ୍ଜ ଯୁବକ ରାମ୍‌ଜିତ

ଅଖ୍ୟାତ ପଲ୍ଲୀରୁ ବିକ୍ଷାତ ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ର ଗୋବିନ୍ଦପୁର ଗାଁର ରାମଜିତ ଟୁଡ଼ୁ । ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ କି ବାତରେ ପ୍ରଶଂସା କରିଛନ୍ତି । କାରଣ ସେ ଆଜି ସାନ୍ତାଳୀ ଭାଷାକୁ ଡିଜିଟାଲ ପ୍ଲାଟଫର୍ମରେ ଅପଲୋଡ୍ କରି ସାରା ବିଶ୍ଵରେ ପରିଚିତ କରାଇଛନ୍ତି । ୩ ଅକ୍ଟୋବରକୁ ମନ କି ବାତ କାର୍ଯ୍ୟକ୍ରମକୁ ୧୦ ବର୍ଷ ପୂରଣ ହେବାକୁ ଯାଉଛି। ସେ କହିଛନ୍ତି ସାନ୍ତାଳୀ ଭାଷା ପାଇଁ ମୟୁରଭଞ୍ଜ ଯୁବକଙ୍କର ଅନେକ ଅବଦାନ ରହିଛି। ନିଜ ମାତୃଭାଷା ପାଇଁ ରାମ୍‌ଜିତ୍ ଟୁଡୁ ଗୌରବ ଆଣିଛନ୍ତି। ରାମଜିତ୍ ସାନ୍ତାଳୀ ଭାଷାକୁ ଡିଜିଟାଲାଇଜେସନ୍ କରି ପାରିଛନ୍ତି। ତାଙ୍କ ଉଦ୍ୟମ ଯୋଗୁଁ ଲକ୍ଷ ଲକ୍ଷ ଲୋକଙ୍କ ପାଖରେ ସାନ୍ତାଳୀ ଭାଷା ପହଞ୍ଚି ପାରିଛି। ରାମଜିତଙ୍କ ପାଇଁ ସାନ୍ତାଳୀ ଭାଷା ପଢ଼ିବା ସହ ଲେଖାଯାଇ ପାରୁଛି ।