କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତ ଜାରି, କ୍ୟାମ୍ପସରେ ରହିଛି ଶାନ୍ତିଶୃଙ୍ଖଳା
କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ପୋଲିସ କମିଶନର ଏସ. ଦେବଦତ୍ତ ସୂଚନ ଦେଇଛନ୍ତି। ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ ଏବଂ ଆତ୍ମହତ୍ୟା ନେଇ କିଟ୍ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ। ଏବେ ଘଟଣାରେ ଉଦ୍ବେଗ ସହ ଦୁଃଖ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଟ୍ବିଟ୍ କରି ମୃତ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଦୁଃଖିତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ ନେପାଳ ମନ୍ତ୍ରୀ । ଏହା ସହ ଘଟଣାର ସତ୍ୟାସତ୍ୟ ଯାଞ୍ଚ୍ ନେଇ ମଧ୍ୟ ସେ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ।
ସେ ଆହୁରି ଲେଖିଛନ୍ତି ଯେ, ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି । ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ ବୋଲି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ।
