ଓଇଆରସି ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା।

ଓଇଆରସି ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା। ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଓଇଆରସି ଅଧ୍ୟକ୍ଷ ପଦ ଖାଲି ଥିଲା । ୧୯୮୯ ବ୍ୟାଚ୍ ର ଆଇଏଏସ ଅଫିସର ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବ ଦାୟିତ୍ୱ ତୁଲାଇ ସାରିଛନ୍ତି। ଏହା ସହ ସେ ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସଆରସି) ଓ ଉନ୍ନୟନ କମିଶନର ଭାବରେ ଦାୟିତ୍ୱ ତୁଲାଇଥିଲେ।ଇଲେକ୍ଟ୍ରିସିଟି ଆକ୍ଟ -୨୦୦୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ ମାର୍ଚ୍ଚ ୨୮ ତାରିଖରେ ପ୍ରଦୀପ କୁମାର ଜେନା, ଆଇଏଏସ୍ (ଅବସରପ୍ରାପ୍ତ)ଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଥିଲା ।

You might also like