ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।

ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ଏହି ଅବସରରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ପରେ ୨୪ତାରିଖ ସକାଳ ୯ଟାରୁ ବାହାରି ପୁରୀ ଜିଲାସ୍ଥିତ ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ କରିବେ। ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଭୁବନେଶ୍ୱରସ୍ଥିତ ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଏଗ୍ରିକଲ୍‌ଚର ଆଣ୍ଡ ଟେକ୍ନୋଲୋଜିର ୪୦ତମ କନ୍‌ଭୋକେଶନ ଉତ୍ସବରେ ଯୋଗଦେବେ। ସେହିପରି ୨୫ତାରିଖ ସକାଳ ୯ଟା ୨୦ରେ ନୂତନ ଭାବେ ସ୍ଥାପିତ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି।