ତ୍ରିଶୁଳିଆ ନୁହେଁ କଟକ ଯାଏଁ ଗଡିବ ମେଟ୍ରୋ

ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ କରିବାକୁ ଯାଉଛି। ଓଡ଼ିଶା ସରକାର ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ଟ୍ରେନ୍ ସେବାକୁ କଟକ ପର୍ଯ୍ୟନ୍ତ ବିସ୍ତାର କରିବାକୁ ଯୋଜନା କରୁଛନ୍ତି।ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଟେକ୍ନିକାଲ ଲୋକଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ଏବଂ ଏହି କମିଟି ସର୍ଭେ ମଧ୍ୟ କରିଛି । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ । କେଉଁଠୁ କେଉଁ ପର୍ଯ୍ୟନ୍ତ ଗଲେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ସେ ନେଇ କମିଟି ତର୍ଜମା କରୁଛି । ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ଖୁବ ଶୀଘ୍ର ହେବ ନୂଆ DPR ।ସରକାର ସାଧାରଣ ପରିବହନ ଆବଶ୍ୟକତା ପୂରଣ କରିବାକୁ ଏବଂ ପ୍ରମୁଖ ସ୍ଥାନଗୁଡ଼ିକ ମଧ୍ୟରେ ସୁଗମ ସଂଯୋଗ ସୁନିଶ୍ଚିତ କରିବାକୁ ସଂକଳ୍ପବଦ୍ଧ। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ନୂତନ ଡିପିଆରରେ କେବଳ ଭୁବନେଶ୍ୱର-କଟକ କରିଡର ଅନ୍ତର୍ଭୁକ୍ତ ହେବ ନାହିଁ ବରଂ ଆହୁରି ସମ୍ପ୍ରସାରଣ ମଧ୍ୟ ଅନୁସନ୍ଧାନ କରାଯିବ।

You might also like