ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସହିତ ସାକ୍ଷାତ କରିଛନ୍ତି। 

ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ‘ଭାରତ ମାତା କି ଜୟ’ ନାରାରେ ପୂରା ବିମାନ ବନ୍ଦର କମ୍ପିଥିଲା । ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସହିତ ସାକ୍ଷାତ କରିଛନ୍ତି। ଏଭୟ ପରସ୍ପରକୁ ଦେଖିବା ମାତ୍ରେ କୋଳାଗ୍ରତ କରିଥିଲେ। ଏହି ସମୟରେ ମୋଦି ଏକ ବଡ଼ ଘୋଷଣା କରିଥିଲେ। କଜାନରେ ଭାରତର ଏକ ନୂତନ ଦୂତାବାସ ଖୋଲାଯିବ ବୋଲି କହିଥିଲେ।ଚଳିତ ବର୍ଷ ବ୍ରିକ୍ସ ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ରହିଛି , ‘ ଷ୍ଟ୍ରେନ୍‌ଦେନିଙ୍ଗ ମଲ୍ଟିଲାଟେରାଲିଜିମ ଫର୍‌ ଜଷ୍ଟ ଗ୍ଲୋବାଲ ଡେଭେଲପମେଣ୍ଟ୍‌ ଆଣ୍ଡ ସିକ୍ୟୁରିଟି’ ଅର୍ଥାତ୍‌ ବିଶ୍ବର ବିକାଶ ଏବଂ ସୁରକ୍ଷା ପାଇଁ ବହୁପକ୍ଷବାଦକୁ ସୁଦୃଢ଼ କରିବା। ଏହାଦ୍ବାରା ବିଶ୍ବ ନେତାମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବୈଶ୍ବିକ ପ୍ରସଙ୍ଗ ଉପରେ ଏହି ଗୁରୁତ୍ବପୂର୍ଣ୍ଣ ମଞ୍ଚରେ ଆଲୋଚନା କରିପାରିବେ। ତେବେ ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ୍‌ଙ୍କ ସହ ଦ୍ବିପାକ୍ଷିକ କଥାବାର୍ତ୍ତା କରିବାର ସମ୍ଭାବନା ରହିଛି।ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହିତ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ତୁମର ବନ୍ଧୁତା, ଭବ୍ୟ ସ୍ବାଗତ ଏବଂ ଆତିଥ୍ୟ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞାତା ଜଣାଉଛି। ଏହି ସହର ସହିତ ଭାରତର ଗଭୀର ଏବଂ ଐତିହାସିକ ସମ୍ପର୍କ ରହିଛି ଏବଂ କଜାନରେ ଭାରତର ଏକ ନୂତନ ଦୂତାବାସ ଖୋଲାଯିବ। ଏହାଦ୍ୱାରା ଏହି ସମ୍ପର୍କ ଆହୁରି ମଜଭୁତ ହେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି ମଧ୍ୟ କହିଛନ୍ତି, ଗତ ତିନି ମାସ ମଧ୍ୟରେ ରୁଷିଆ ଗସ୍ତରେ ଆସିଥିବା ମୋର ଦୁଇ ଗସ୍ତ ଆମର ଘନିଷ୍ଠ ସମନ୍ବୟ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରେ। ଜୁଲାଇ ମାସରେ ମସ୍କୋରେ ଆମର ବାର୍ଷିକ ସମ୍ମିଳନୀ ପ୍ରତ୍ୟେକ କ୍ଷେତ୍ରରେ ଆମର ସହଯୋଗକୁ ମଜଭୁତ କରିଛି। ବ୍ରିକ୍ସ ଗତ ୧୫ ବର୍ଷ ମଧ୍ୟରେ ନିଜର ଚିହ୍ନ ସୃଷ୍ଟି କରିଛି ଏବଂ ବର୍ତ୍ତମାନ ବିଶ୍ୱର ଅନେକ ଦେଶ ଏଥିରେ ଯୋଗଦେବାକୁ ଚାହୁଁଛନ୍ତି। ମୁଁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ବିଷୟରେ କ୍ରମାଗତ ଭାବରେ କହୁଛି ଆମର ସମସ୍ତ ପ୍ରୟାସରେ ଶାନ୍ତି ଏବଂ ସ୍ଥିରତାର ପ୍ରାରମ୍ଭିକ ପ୍ରତିଷ୍ଠାକୁ ଆମେ ସମ୍ପୂର୍ଣ୍ଣ ଭାବେ ସମର୍ଥନ କରୁଛୁ।