ଆଜି ବଡଦେଉଳରେ  ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । 

ରାତି ପାହିଲେ ରଥାରୁଢ ହେବେ ତିନିଠାକୁର । ୯ ଦିନ ଯାତ୍ରା କରିବାକୁ ଭାଇ ଭଉଣୀଙ୍କୁ ଧରି ଗୁଣ୍ଡିଚାବାଡି ଯିବେ କାଳିଆ ଠାକୁର । ପୁରୀରେ ଘୋଷଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା । ଏପଟେ ୧୫ ଦିନର ଅଣସର ଯାତ୍ରା ପରେ ସୁସ୍ଥ ହୋଇଛନ୍ତି ଦାରୁଦିଅଁ । ସେଥିପାଇଁ ଆଜି ମହାପ୍ରଭୁଙ୍କ ନେତ୍ରୋତ୍ସବ । ବଡଦେଉଳରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ସକାଳ ୮ଟାରୁ ଆରମ୍ଭ ହେବ ପାରିମାଣିକ ଦର୍ଶନ । ଘଣ୍ଟାଏ ପାରିମାଣିକ ଦର୍ଶନ ପରେ ସକାଳ ୯ଟାରୁ ସାଢେ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ଚାଲିବ । ଚଳିତ ବର୍ଷ ଚତୁର୍ଦ୍ଧାମୂର୍ତ୍ତି ମାତ୍ର ଅଢ଼େଇ ଘଣ୍ଟା ନବଯୌବନ ବେଶରେ ଦର୍ଶନ ଦେବେ । ଏହାପରେ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି । ନବଯୌବନ ଦର୍ଶନ ସହ ନେତ୍ରୋତ୍ସବ ମଧ୍ୟ ଗୋଟିଏ ଦିନରେ ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କ ନବଯୌବନ ବେଶ ଦର୍ଶନ ଲାଗି ପ୍ରତିବର୍ଷ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଥାଏ । ଭକ୍ତଙ୍କ ଭିଡ଼କୁ ଆଖିରେ ରଖି ଶ୍ରୀମନ୍ଦିର ଭିତରେ ଓ ବାହାରେ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

You might also like