ପୁରୀରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ

ମହାପ୍ରଭୁଙ୍କ କୃପାରୁ ବାତ୍ୟା ଦାନାର‌ ପ୍ରଭାବ ପୁରୀରେ ପଡ଼ିନାହିଁ । ଏଣୁ ପର୍ଯ୍ୟଟକମାନଙ୍କୁ ପୁରୀ ଆସିବା ପାଇଁ ଅନୁରୋଧ କରିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ତେଣୁ ବର୍ତ୍ତମାନ ପର୍ଯ୍ୟଟକମାନଙ୍କ ପାଇଁ ଲାଗୁ ହୋଇଥିବା କଟକଣାକୁ ପ୍ରଶାସନ ପ୍ରତ୍ୟାହାର କରିନେଇଛି। କୋଣାର୍କ ସୂର୍ଯ୍ୟମନ୍ଦିରକୁ ମଧ୍ୟ ରହିଥିବା ଦର୍ଶନ କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ପୂର୍ବ ଭଳି ମହାପ୍ରଭୁଙ୍କ ଦର୍ଶନ, ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିପାରିବେ ଓ ସମୁଦ୍ର କୂଳ ବୁଲି ପାରିବେ। ତେବେ ସମୁଦ୍ର ଏବେ ବି ଅଶାନ୍ତ ରହିଥିବାରୁ ପର୍ଯ୍ୟଟକମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।ସେପଟେ ଆସନ୍ତା କାଲି ଠାରୁ ହବିଷ୍ୟାଳୀ ମା ମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି କହିଛନ୍ତି ଜିଲ୍ଲାପାଳ।