କାର୍ତ୍ତିକ ମାସ ପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ୬ଟି ଧାଡ଼ି ବ୍ୟବସ୍ଥା ହେବ।

ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଚାଲିବ । ଏହି ଏକ ମାସରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଳ ଭୋଗ ସହ ରାଧାଦାମୋଦର ବେଶ କରାଯିବ । ତେବେ ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ପାଇଁ ଭକ୍ତଙ୍କ ପାଇଁ ହେବ ଧାଡ଼ି ବ୍ୟବସ୍ଥା । ବରିଷ୍ଠ ନାଗରିକ ଏବଂ ଦିବ୍ୟଙ୍ଗ ଓ ମହିଳା ଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା । ଶୀତତାପ ନିୟନ୍ତ୍ରିତ ହେବ ନାଟମଣ୍ଡପ । ଏହାକୁ କାର୍ଯ୍ୟକାରୀ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସପିଙ୍କୁ ଦିଆଯାଇଛି ଦାୟିତ୍ୱ ।

କାର୍ତ୍ତିକ ମାସ ପରେ ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ୬ଟି ଧାଡ଼ି ବ୍ୟବସ୍ଥା ହେବ । ମହାପ୍ରଭୁଙ୍କୁ ସ୍ପଷ୍ଟ ଦେଖିବା ପାଇଁ ବାହାର କାଠ ପାଖରେ ଭକ୍ତଙ୍କ ପାଇଁ ପଡ଼ିବ କାଠର ରାମ୍ପ୍ । ଏନେଇ ଛତିଶା ନିଯୋଗ ସହ ଆଲୋଚନା ହୋଇ ସକରାତ୍ମକ ମନ୍ତବ୍ୟ ଆସିଛି ।