ଆଜି ପୁରୀରେ ଦୂଷିତ ଖାଦ୍ୟ ଜବତ
ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି। ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି। ତେବେ ଖାଦ୍ୟ ନିରାପତ୍ତା ଟିମ୍ଗୁଡ଼ିକ ଖାଦ୍ୟ ଦ୍ରବ୍ୟ କାରବାର ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ସ୍ନାନ ପୂର୍ଣ୍ଣିମାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଖାଦ୍ୟ ନିରାପତ୍ତା ଟିମ୍ ମାନେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛନ୍ତି । ୧୫ଟି ପାଣି ବୋତଲ ତିଆରି ପ୍ଲାଣ୍ଟ, ୨୦୨ ହୋଟେଲ, ୮୧୩ ବୁଲା ବିକାଳୀ/ରାସ୍ତା କଡ଼ ଦୋକାନୀଙ୍କ ଉପରେ ଚଢାଉ କରି ୨୩୪୮ କିଲୋ ଦୂଷିତ ଖାଦ୍ୟ ଜବତ କରି ନଷ୍ଟ କରିଛନ୍ତି ।
