ଆଜି ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଓଡ଼ିଶାରେ ସ୍ବାଭାବିକ ରହିବ ମୌସୁମୀ, ବର୍ଷା ହେବ । ଜୁନ ମାସରେ ସ୍ୱାଭାବିକଠାରୁ ଅଧିକ ରହିବ ମୌସୁମୀ ବର୍ଷା ।ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଢେଙ୍କାନାଳ ଜିଲାରେ ମଧ୍ୟ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
