ଏହି ଜିଲ୍ଲାରେ ୮ ଓ ୯ ତାରିଖରେ ବର୍ଷା!
ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନାହିଁ । ଆଗାମୀ ଦୁଇ ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେପଟେ ଆସନ୍ତା ୮ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ।
ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ।ଠିକ୍ ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି।
