ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହା ପ୍ରବାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହା ପରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ ହ୍ରାସ ଘଟିବ। ଫଳରେ ୨୨ ପରେ ପୁଣି ଥରେ ଶୀତ ଲେଉଟିବ। ।

You might also like