ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ JE

ଭିଜିଲାନ୍ସ ଶୁକ୍ରବାର ନୂଆପଡ଼ା ଆର ଆଣ୍ଡ ବି ଡିଭିଜନ ଅଧୀନରେ ଖରିଆରରେ କାର୍ଯ୍ୟରତ ଜୁନିଅର ଇଞ୍ଜିନିୟର ସୁଶାନ୍ତ କୁମାର ସେଠୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି (ଡିଏ) ଠୁଳ ଅଭିଯୋଗରେ ତଦନ୍ତ ଆରମ୍ଭ କରିଛି। ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢାଉ । ପୁରୀ, ଭୁବନେଶ୍ବର ଓ ନୂଆପଡ଼ାରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ବରର ୫ଟି ସ୍ଥାନରେ ଚାଲିଛି ଚଢ଼ାଉ ।

ଗଙ୍ଗୋତ୍ରିନଗରରେ ଥିବା ୩ ମହଲା ଘର, ବ୍ରହ୍ମେଶ୍ବରପାଟଣା ବ୍ରିଟ କୋଲୋନୀରେ ଥିବା ସମ୍ପର୍କୀୟଙ୍କ ଘର, ଗ୍ୟାରେଜ ଛକ ଓ କେଦାର ଲେନରେ ଥିବା ଘରେ ମଧ୍ୟ ଚାଲିଛି ରେଡ୍ । ପୁରୀରେ ରହିଛି ଫାର୍ମ ହାଉସ୍ । ନୂଆପଡ଼ାରେ ଥିବା ସରକାରୀ କାର୍ଯ୍ୟାଳୟ ଓ ଅଫିସରେ ମଧ୍ୟ ଚଢାଉ କରୁଛି ଭିଜିଲାନ୍ସ ।ଏହି ଚଢ଼ାଉ ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ଓ୍ୱାରେଣ୍ଟ ଆଧାରରେ ୭ ଜଣ ଡିଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଚାଲିଛି।

You might also like