ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି।

ରାଜ୍ୟ ସରକାର ଆଜି ଓଡିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (odisha subordinate staff selection commission)ର ଅଧ୍ୟକ୍ଷ ଓ ଦୁଇ ଜଣ ନୂଆ ସଦସ୍ୟଙ୍କୁ ନିଯୁକ୍ତି ଦେଇଛନ୍ତି। ଅବସରପ୍ରାପ୍ତ ଆଇପିଏସ ଲଳିତ ଦାସଙ୍କୁ ଓଡିଶା ସବୋର୍ଡିନେଟ ଷ୍ଟାଫ ସିଲେକସନ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି।ସୂଚନାଯୋଗ୍ୟ, ନିକଟରେ ଓଏସ୍‌ଏସ୍‌ଏସ୍‌ସି ଦ୍ୱାରା ଆୟୋଜିତ ଅମିନ,ଆରଆଇ, ଫରେଷ୍ଟର ସମେତ ବିଭିନ୍ନ ପରୀକ୍ଷାରେ ଅନିୟମିତତାର ଅଭିଯୋଗ ଆଣି ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର ଏହି ପରୀକ୍ଷାକୁ ସ୍ୱଚ୍ଛତା ଆଣିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ।