ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ ।

ଆଜି ରୁକ୍ମିଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ । ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯିବ । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଅପରାହ୍ନ ୧ ଟା ରୁ ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥି ଅବସରରେ ଏହି ନୀତି ଅନୁଷ୍ଠିତ ହେବ। ଭକ୍ତଙ୍କ ପ୍ରବଳ ସମାଗମ କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସ୍ନାନ ପୂର୍ଣ୍ଣମୀ ଅବସରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ମାର୍କେଟ ଛକ ଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ଼ ବ୍ୟବସ୍ଥା କରାଯିବା ନେଇ ପ୍ରସ୍ତୁତି ଚାଲିଛି।ଏହାସହ ମହାପ୍ରଭୁଙ୍କ ନିମନ୍ତେ ଶ୍ରୀମନ୍ଦିରରେ ପହଞ୍ଚିଛି ବାସୁଙ୍ଗା ପାଟ । ଭୁବନେଶ୍ୱରର ସହିଦ ନଗର ସ୍ଥିତ ଓଡିଶା ସମବାୟ ଟସର ଓ ରେଶମ ମହାସଂଘ କାର୍ଯ୍ୟାଳୟରୁ ୩୫୦ କେଜି ବାସୁଙ୍ଗା ପାଟ ପଠାଯାଇଛି । ୧୯୮୧ ମସିହାରୁ ସେରିଫେଡ୍ ପକ୍ଷରୁ ଏହା ଯୋଗାଇ ଦିଆଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ଉପସ୍ଥିତିରେ ଯାଇଛି ବାସୁଙ୍ଗା ପାଟ । ଏହି ସ୍ବତନ୍ତ୍ର ପାଟରେ ଶ୍ରୀଜିଉଙ୍କ ବିଜୟ ଡୋରି, ପଇତା, ରାକ୍ଷୀ ଆଦି ପ୍ରସ୍ତୁତ ହୋଇଥାଏ ।

You might also like