ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ନଖୋଳି ଫେରିଆସିଲେ ପୋଲିସ

ଆଲବମ୍ ଅଭିନେତ୍ରୀ ରୁକ୍‌ସାନା ବାନୋ ମୃତ୍ୟୁ ଘଟଣାରେ କବର ଖୋଳି ଶବ ବାହାର କରିବା ପାଇଁ ମନା କଲେ ପରିବାର ଲୋକେ । କବରସ୍ଥାନରେ ହଙ୍ଗାମା କଲେ ରୁକ୍‌ସାନାଙ୍କ ମା’ । ପୋଲିସକୁ ଗାଳି କରିବା ସହ କବର ଖୋଳିଲେ ପୋଲିସ ବିରୋଧରେ କେସ୍ କରିବେ ବୋଲି ଅଭିନେତ୍ରୀଙ୍କ ମା’ କହିଛନ୍ତି । ସଦର ଥାନା ଏବଂ ଟାଉନ ଥାନା ପୋଲିସ ତାଙ୍କ ମା’ଙ୍କୁ ବୁଝାଇବାରେ ଅସଫଳ ହେବାପରେ ଫେରିଆସିଥିଲେ | ସୂଚନାମୁତାବକ ବଲାଙ୍ଗୀରରେ ଆଲବମ୍‌ ଶୁଟିଂ ସମୟରେ ରୁକ୍‌ସାନାଙ୍କୁ ଖାଇବା ପାଇଁ ଖାଦ୍ୟ ଓ ପିଇବା ପାଇଁ ଦିଆଯାଇଥିବା ଜୁସ୍‌ରେ ସ୍ଲୋ ପଏଜନ ଦିଆଯାଇ ହତ୍ୟା କରାଯାଇଥିବା ଓ ଏଥିରେ ସମ୍ବଲପୁରୀ ଗାୟକ ରୁକ୍‌ସାନା ଓ ତାଙ୍କ ୨ ସହଯୋଗୀଙ୍କ ହାତ ରହିଥିବା ଅଭିଯୋଗ ଆଣି ତାଙ୍କ ନାମରେ ଗତ ସୋମବାର ସନ୍ଧ୍ୟାରେ ରୁକ୍‌ସାନାଙ୍କ ମା’ ସାହିଦା ବେଗମ ଭବାନୀପାଟଣା ଟାଉନ ଥାନାରେ ଏକ ୮ ପୃଷ୍ଠା ବିଶିଷ୍ଟ ଲିଖିତ ଅଭିଯୋଗ ଦେଇଥିଲେ। ଅଭିଯୋଗ ପରେ ପୋଲିସ ପ୍ରକୃତରେ ରୁକ୍‌ସାନାଙ୍କ ମୃତ୍ୟୁ କେଉଁ କାରଣରୁ ହେଇଛି ତାହା ପାଇଁ କବର ଖୋଲି ମୃତଦେହ ବ୍ୟବଚ୍ଛେଦ କରିବାକୁ ଚାହିଁଥିବାବେଳେ କବର ସ୍ଥାନରେ ଏହାକୁ ବିରୋଧ କରିଥିଲେ।