୨୫୦୦ ଦୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଏହି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୨୫୦୦ ଦୀପ ବ୍ୟବହାର କରି ସେ ଏହି ବାଲୁକା କଳା କରିଛନ୍ତି । ଏହି ଆକର୍ଷଣୀୟ କଳାକୃତିରେ ସେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନ୍ୟାସନାଲ ଗ୍ୟାଲେରି ଅଫ ମର୍ଡନ ଆର୍ଟରେ ଏହି ବାଲୁକା କଳା କରାଯାଇଛି ।ତେବେ ଆଜି ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।