୨ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଏହି ସୂଚନା ଦେଇଛନ୍ତି। ଏମିତିରେ ଦୁଇ ତିନି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ହେଉଛି। କିଛି କିଛି ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ। ଏମିତିରେ ୩ ଦିନ ହେବ ମୟୁରଭଞ୍ଜରେ ଲାଗି ରହିଛି ବର୍ଷା। ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଅଭୟାରଣ୍ୟକୁ ୨ ଦିନ ବନ୍ଦ ରଖିବା ନେଇ ନିଷ୍ପତ୍ତି ହୋଇଛି।
