ସମ୍ବଲପୁରୀ ଗାୟିକା ରୁକ୍ ସନା ବାନୋଙ୍କ ପରଲୋକ

ସମ୍ବଲପୁରୀ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ବରର ଏକ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁର କାରଣ ସ୍କ୍ରବ୍‌ ଟାଇଫସ୍‌ କୁହାଯାଉଛି। ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।