ବିଜେଡିରେ ଘୋଷଣା ହେଲା ୬ ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାମ

ଆଜି ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୂରଭଞ୍ଜ-୨: ଦେବାଶିଷ ମାରାଣ୍ଡିଙ୍କ ନାଁ ଘୋଷଣା କରିଛି।

ସେହିପରି ସମ୍ବଲପୁର ପାଇଁ ରୋହିତ ପୂଜାରୀ ଏବଂ ବଲାଙ୍ଗୀର ପାଇଁ ସରୋଜ ମେହେରଙ୍କୁ ଦାୟିତ୍ୱ ଦେଇଛି ବିଜେଡି।ଅନ୍ୟପଟେ ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ସେଲ୍/ଶାଖାର ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହିକ୍ରମରେ ବିଜୁ କୃଷକ ଜନତା ଦଳର ଦାୟିତ୍ୱ ଦଳର ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଦିଆଯାଇଛି । ସେହିପରି ବିଜେଡି ଆଞ୍ଚଳିକ ଉନ୍ନୟନ ସେଲରେ ଅନଙ୍ଗ ଉଦୟ ସିଂଦେଓଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ବିଜେଡି କୋ-ଅପରେଟିଭ ସେଲ୍‌ ଦାୟିତ୍ୱରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରହିଛନ୍ତି। ବିଜେଡି ଶିକ୍ଷା ଓ ଶିକ୍ଷକ ସେଲ୍‌ ଦାୟିତ୍ବରେ ବଦ୍ରି ନାରାୟଣ ପାତ୍ର, ବିଜେଡି ମତ୍ସ୍ୟଜୀବୀ ସେଲ୍‌ ଦାୟିତ୍ବରେ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଆଦିବାସୀ ସେଲ୍‌- ମଙ୍ଗଳା କିଷାନ, ବରିଷ୍ଠ ନାଗରିକ ସେଲ୍‌- ଦେବାଶିଷ ସାମନ୍ତରାୟ -ଓବିସି ସେଲ୍‌- ଅରୁଣ ସାହୁ, ଏସ୍‌ସି ସେଲ୍‌- ମହେଶ ସାହୁ, ବିଜେଡି ଆଇଟି ସେଲ୍‌ ଏବଂ ସୋସିଆଲ ମିଡିଆ ସେଲ୍‌ ପାଇଁ ଅମର ପଟ୍ଟନାୟକ ରହିଛନ୍ତି।

You might also like