ନିର୍ଦ୍ଧାରିତ ସମୟଠାରୁ ବିଳମ୍ୱରରେ ଓଡ଼ିଶାରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। 

ଓଡିଶାରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ, ରବିବାର ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅନେକ ସ୍ଥାନରୁ ଅପସରି ଗଲାଣି।ଆଜିଠାରୁ ପ୍ରାୟତଃ ରାଜ୍ୟର ଅଧିକାଂଶ ଜିଲ୍ଲାରୁ ମୌସୁମୀ ଫେରିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗକୁ ବାଘୁଆ ଶୀତ ମାଡ଼ି ଆସିବ ବୋଲି ଅନୁମାନ କରାଯାଉଛି |ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଜିଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିଛି। ସେହିପରି ବଲାଙ୍ଗିର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଅଧିକାଂଶ ଅଞ୍ଚଳରୁ ଫେରି ଯାଇଛି। ତେବେ ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଅଳ୍ପ କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।