ସମ୍ଭାବ୍ୟ ବାତ୍ୟା ପାଇଁ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି। ୧୪ ଜିଲା-ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।