ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଉ ଯେଉଁମାନେ ପୁରୀର ବାସିନ୍ଦା ନୁହଁନ୍ତି ଓ ରହିବାର ଆବଶ୍ୟକତା ଥିବ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର କହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ସମ୍ପର୍କରେ ସୂଚନା ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସବୁପ୍ରକାରର ପଦକ୍ଷେପ ନେଉଛନ୍ତି । ବାତ୍ୟାର ଗତିପଥ ଏପର୍ଯ୍ୟନ୍ତ ସ୍ପଷ୍ଟ ନଥିଲେ ମଧ୍ୟ ପୁରୀ ସହରରୁ ଆସନ୍ତାକାଲିଠୁ ପର୍ଯ୍ୟଟକମାନଙ୍କୁ ନିଜ ନିଜ ଘରକୁ ଫେରିବାକୁ ପରାମର୍ଶ ଦିଆଯାଇଛି । ଏପଟେ ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି। ଜିରୋ କାଜୁଆଲିଟି’ ନିଶ୍ଚିତ ଭାବେ ରହିବ। ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।