ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ପଠାଯିବ

ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ପଠାଯିବ ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଯଦି କେହି ଯୋଗ୍ୟ ହିତାଧିକାରୀ ଥାଇ ବି ଟଙ୍କା ପାଇ ନ ଥିଲେ ତାଙ୍କୁ ଫୋନ୍‌ କଲ୍‌ ଯିବ। ଆବେଦନରେ ତ୍ରୁଟି କିମ୍ବା ଅନ୍ୟାନ୍ୟ ସମସ୍ୟା ଥିଲେ ଫୋନ୍‌ ଯିବ ବୋଲି ସେ କହିଛନ୍ତି। ଏଯାଏ ୧ କୋଟି ୬୦ ହଜାର ମହିଳା ଆବେଦନ କରିସାରିଲେଣି। ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏ ଏହି ପ୍ରକ୍ରିୟା ଜାରି ରହିବ। ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି। ଏଯାଏ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି।ତେବେ ତୃତୀୟ ପର୍ଯ୍ୟାୟରେ ତ୍ରୁଟି ହେଲେ ଫୋନ୍‌ କଲ୍‌ ଯିବ। ଫୋନ୍‌ କରି ତ୍ରୁଟିକୁ ଠିକ୍‌ କରିବାକୁ ପରାମର୍ଶ ଦିଆଯିବ। ଘରକୁ ଘର ଯାଇ ଅଙ୍ଗନାଓ୍ବାଡି କର୍ମୀ ଭୁଲ୍‌କୁ ଠିକ୍‌ କରିବେ।