ତେଲେଙ୍ଗାନା ଟ୍ରାଜେଡିରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ

ତେଲେଙ୍ଗାନାର ଫାର୍ମାସିଟିକାଲ କମ୍ପାନି ବିସ୍ପୋରଣରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରାଯାଇଛି । ଏହାସହ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି । ତେବେ ତେଲେଙ୍ଗାନା ମେଡାକରେ ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିଲା ସେଥିମଧ୍ୟରୁ ୪୦ ମୃତକଙ୍କ ମଧ୍ୟରୁ ୮ ଜଣ ଓଡ଼ିଆ ଶ୍ରମିକ ଥିଲେ।

You might also like