ବାଜିଲା ଏୟାର ରେଡ ୱାର୍ଣ୍ଣିଂ ସାଇରନ ।
ବାଜିଲା ଏୟାର ରେଡ ୱାର୍ଣ୍ଣିଂ ସାଇରନ । ପୁରୀ ସମେତ ରାଜ୍ୟର ୧୨ ସିଭିଲ ଡିଫେନସ ଜିଲ୍ଲାରେ ମକଡ୍ରିଲ । ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ନିର୍ଦ୍ଦେଶ ଦେଲା ସାଇରନ୍ । ଭୁବନେଶ୍ବର, ସମ୍ବଲପୁର, ରାଉରକେଲା, କେନ୍ଦ୍ରାପଡା, ପାରାଦୀପ, ବାଲେଶ୍ବରରେ ବାଜିଲା ସାଇରନ୍ । ଆକ୍ରମଣ ହେଲେ ସାଧାରଣ ଲୋକ ଓ ଛାତ୍ର କଣ କରିବେ ସେ ନେଇ ତାଲିମ ଦିଆଯାଉଛି । ସାଇରନ୍ ବଜା ଯାଇ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ କୁହାଯାଉଛି । ଏଥିରେ କେହି ଭୟଭୀତ ହେବାର ନାହିଁ ବୋଲି ପରାମର୍ଶ ଦିଆଯାଇଛି। ପୁଣି ଥରେ ୪ ଟା ୩୦ ମିନିଟ୍ ସମୟରେ ପୁନର୍ବାର ଶେଷ ଆଲର୍ଟ ନିମନ୍ତେ ଆଉ କିଛି ଗୋଟିଏ ସାଇରନ ବାଜିଛି । ଏହି କାର୍ଯ୍ୟକ୍ରମର ବହୁଳ ପ୍ରଚାର ପ୍ରସାର କରି ଜନ ସଚତନତା ସୃଷ୍ଟି କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି । ଏଭଳି ପରିସ୍ଥିତିରେ ସାଧାରଣ ଜନତାଙ୍କ ଆତ୍ମରକ୍ଷାକୁ ଗୁରୁତ୍ବ ଦିଆଯାଇଛି । କୌଣସି ପରିସ୍ଥିତିରେ ଶତ୍ରୁପକ୍ଷ ଆକ୍ରମଣରୁ ଜୀବନ ରକ୍ଷା ଲାଗି ଭାରତ ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଛି । ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପର୍ଯ୍ୟାୟ କ୍ରମରେ ଏହି ମକ୍ଡ୍ରିଲ୍ କରାଯିବ ।
