ଆସନ୍ତା ୧୦ରୁ ୧୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୧୦ରୁ ୧୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୧୩ରୁ ୧୫ ତାରିଖ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ୧୬ ଓ ୧୭ରେ ୫ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ।୯ ତାରିଖରୁ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନାଗିରି, ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।ତେବେ ଅନ୍ୟସବୁ ଜିଲାରେ ପାଗ ପ୍ରାୟତଃ ଶୁଖିଲା ରହିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ଅନ୍ୟପଟେ ଗତକାଲ୍ ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ୪୨.୭ ଡିଗ୍ର ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ।
