ଆଜି ପବିତ୍ର ଶାମ୍ବଦଶମୀ । ଏହି ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ଚଳଚଞ୍ଚଳ l 

ଆଜି ପବିତ୍ର ଶାମ୍ବଦଶମୀ । ଏହି ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ଚଳଚଞ୍ଚଳ l ଶ୍ରଦ୍ଧାଳୁ ଏବଂ ସୂର୍ଯ୍ୟ ଉପାସକ ମାନେ ସକାଳୁ ଚନ୍ଦ୍ରଭାଗା ଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ପୌରାଣିକ କଥା ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ବ୍ୟାଧି ମୁକ୍ତି ପାଇଁ କୋଣାର୍କ ତଥା ତତ୍କାଳୀନ ମୈତ୍ରେୟ ବନରେ ସୂର୍ଯ୍ୟ ଉପାସନା କରିଥିଲେ।

ଆଜିର ଦିନରେ ଶାମ୍ବ ଚନ୍ଦ୍ରଭାଗାରେ ସ୍ନାନ କରି ସୂର୍ଯ୍ୟଙ୍କୁ ପୂଜା କରି ବ୍ୟାଧି ମୁକ୍ତ ହୋଇଥିଲେ।ଆଜିର ଦିନରେ ସୂର୍ଯ୍ୟନାରାୟଣଙ୍କ ଦକ୍ଷିଣାୟନ ଓ ଉତ୍ତରାୟଣ ଚଳନ୍ତି ପ୍ରତିମା ରଥାରୁଢ଼ ହୋଇ ଚନ୍ଦ୍ରଭାଗା ତୀର୍ଥରେ ନିକଟରେ ଥିବା ଛୋଟାବାବା ମଠ ନିକଟକୁ ଯାଇଥାନ୍ତି । ରଥ ଉପରେ କାକରା, ବରା ଓ ପୋଡ ପିଠା ଲାଗି ପରେ ମଠ ମହନ୍ତ ଛେରା ପହରା କରିଥାନ୍ତି । ଶତାଧିକ ଶ୍ରଦ୍ଧାଳୁ ଏକାଠି ହୋଇ ରଥ ଟାଣି ନେଇ ଚନ୍ଦ୍ରଭାଗା କୂଳରେ ପହଞ୍ଚାଇଥାନ୍ତି । ସେଠାରେ ଆସନ୍ତା ପବିତ୍ର ମାଘ ଶୁକ୍ଳ ସପ୍ତମୀ ପର୍ଯ୍ୟନ୍ତ ସେଠାରେ ଅବସ୍ଥାନ କରିଥାନ୍ତି । ଯାହାକି ପବିତ୍ର ମାଘ ସପ୍ତମୀରେ ମହୋଦଧିରେ ମହାସ୍ନାନ କରିବା ପରେ ଅବଧୂତ ମଠକୁ ବାହୁଡ଼ି ଆସନ୍ତି ।

You might also like