ଦୁର୍ବଳ ହେଉଛି ଲଘୁଚାପ ।ଆଗାମୀ ୩ଦିନ ଯାଏଁ ବର୍ଷା ସମ୍ଭାବନା

ଦୁର୍ବଳ ହେଉଛି ବଙ୍ଗୋପସାଗରେ ସକ୍ରିୟ ରହିଥିବା ସଦୃଶ ଲଘୁଚାପ । ତଥାପି ଆସନ୍ତା ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆର୍ଲଟ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ୧୭ ଜିଲାକୁ ଆଲର୍ଟ କରାଯାଇଛି । ସେହିପରି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ୨୫ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ, ହେଲେ ଝାରସୁଗୁଡ଼ା, ବଲାଙ୍ଗିର ଏବଂ ବୌଦ୍ଧ ଜିଲାର କିଛି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ରହିପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଦିଆଯାଇଛି।

You might also like