ଖୁବଶୀଘ୍ର ପୁରୀରୁ କୋଣାର୍କକୁ ହେବ ରେଳ ଚଳାଚଳ।

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ସନ୍ଧ୍ୟାରେ ପୁରୀ ରେଳ ଷ୍ଟେସନରେ ଚାଲୁରହିଥିବା ପୁନର୍ବିକାଶ କାର୍ଯ୍ୟର ନିରୀକ୍ଷଣ କରିଛନ୍ତି । ଅମୃତ ଷ୍ଟେସନ ଯୋଜନା ଅଧୀନରେ ସମଗ୍ର ଓଡ଼ିଶାରେ ପ୍ରମୁଖ ରେଳ ଭିତ୍ତିଭୂମିକୁ ଆଧୁନିକୀକରଣ କରିବା ପାଇଁ ଭାରତୀୟ ରେଳର ପ୍ରତିବଦ୍ଧତାର ଏକ ଅଂଶ ଭାବେ ପୁରୀ ରେଳ ଷ୍ଟେସନର ପୁନର୍ବିକାଶର କାର୍ଯ୍ୟ ଅନ୍ତର୍ଭୁକ୍ତ । ତେବେ ଖୁବଶୀଘ୍ର ପୁରୀରୁ କୋଣାର୍କକୁ ରେଳ ଚଳାଚଳ କରିବ। ଏଥିପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଆସନ୍ତା ୧୨ ରୁ ୧୬ ମାସ ମଧ୍ୟରେ ଜମି ଅଧିଗ୍ରହଣ ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ ରେଳ ଚଳାଚଳ ନେଇ ଆରମ୍ଭ ହେବ କାର୍ଯ୍ୟ। ପୁରୀ ଗସ୍ତରେ ଆସି ରେଳ ଷ୍ଟେସନର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ପରେ ଏଭଳି ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।

You might also like