ଘର ଭିତରୁ କିନ୍ନର ଦଣ୍ଡନାଚୁଆଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ।
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଫାଶୀଗୁଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ଘର ଭିତରୁ କିନ୍ନର ଦଣ୍ଡନାଚୁଆର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ନାମ ଅର୍ଚ୍ଚିତା ବିଷୋୟୀ । ସେ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି |ସୂଚନା ଥାଉକି, ଶୁକ୍ରବାର ରାତିରେ ଫାଶୀଗୁଡା ଗାଁରେ ଚାଲିଥିବା ଦଣ୍ଡନାଚରେ ସେ ଅଭିନୟ କରିଥିଲେ । ରାତିରେ ଫାଶୀଗୁଡା ଗାଁରେ ଏକ ଘରେ ବିଶ୍ରାମ ନେଇଥିଲେ । ସକାଳୁ କବାଟ ନଖୋଲିବାରୁ ସନ୍ଦେହ ସୃଷ୍ଟି ହୋଇଥିଲା । ଦଣ୍ଡନାଚ କମିଟି ଓ ଗ୍ରାମବାସୀ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ କୋଟିନଡ଼ା ଗ୍ରାମର ଅଜିତ ବିଷୋୟୀ ଅଞ୍ଜଳି କିନ୍ନର ଭାବେ ପରିଚିତ ଥିଲେ ।
