ଏନ୍‌କାଉଣ୍ଟରରେ ୨ ମହିଳା ମାଓବାଦୀ ନିହତ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି।ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି । ଡିଆର୍‌ଜି, ଏଟିଏଫ୍‌ ଯବାନଙ୍କ ଅପରେଶନର ଏହି ସଫଳତା ମିଳିଛି। ସୂଚନା ମୁତାବକ, ଛତିଶଗଡ଼ ଅବୁଝମାଡ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ପୁଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ପୁଲିସ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ସୁରକ୍ଷାକର୍ମୀ ପୁରା ଅଞ୍ଚଳକୁ ଘେରିଥିବା ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଶେଷରେ ସୁବିଧା ଦେଖି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ମାଓବାଦୀ ।

You might also like