ବାଘୁଣୀ ଜିନ୍ନତକୁ ଟ୍ରାକ କରିବା ପାଇଁ ଲାଗିଛନ୍ତି ଦୁଇ ରାଜ୍ୟର ୩ଟି ଟିମ୍।

ଶିମିଳିପାଳରୁ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗକୁ ପଳାଇଥିବା ବାଘୁଣୀ ଜିନତକୁ ଓଡ଼ିଶା ଫେରାଇ ଆଣିବା ପାଇଁ ନାକେଦମ ହେଲେଣି ଶିମିଳପାଳ କର୍ତ୍ତୃପକ୍ଷ । ନେକ୍ କଲାରରୁ ତାକୁ ଟ୍ରାକ କରିହେଉନି । ଏପରିସ୍ଥିତିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲା ବଦୱାନ ନିକଟବର୍ତ୍ତୀ ଆଠୋଟି ଗାଁରେ ସ୍କୁଲ କଲେଜ ଓ ହୋଟେଲ ବନ୍ଦ ରଖାଯାଇଛି । ପ୍ରତିଦିନ ୨୫ରୁ ୩୦ କିଲୋମିଟର ଆଗକୁ ଯାଉଛି ଜିନତ । ଏବେ ପଡୋଶୀ ପଶ୍ଚିମବଙ୍ଗରେ ବୁଲୁଛି ବାଘୁଣୀ ଜିନତ୍ । ଜିନ୍ନତକୁ ୩-୪ ଥର ଟ୍ରାଙ୍କୁଲାଇଜ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ବିଫଳ ହୋଇଛି ବନ ବିଭାଗ। ଘଞ୍ଚ ଜଙ୍ଗଲ ଭିତରେ ରହୁଥିବାରୁ ସମ୍ଭବ ହେଉନି ଟ୍ରାଙ୍କୁଲାଇଜ୍। ସ୍ପଷ୍ଟ ଚିତ୍ର ମିଳି ପାରୁ ନ ଥିବାରୁ ଇଞ୍ଜେକସନ୍ ଠିକ୍ ଜାଗାରେ ଲାଗୁ ନାହିଁ।

ବାଘୁଣୀ ଜିନ୍ନତକୁ ଟ୍ରାକ କରିବା ପାଇଁ ଲାଗିଛନ୍ତି ଦୁଇ ରାଜ୍ୟର ୩ଟି ଟିମ୍। ଓଡ଼ିଶାର ଗୋଟିଏ ଟିମ, ସୁନ୍ଦରବନ ଟିମ ସମେତ ପଶ୍ଚିମବଙ୍ଗର ଦୁଇଟି ଟିମ ଜିନ୍ନତ୍‌କୁ ଟ୍ରାକ୍ କରିବାରେ ଲାଗିଛନ୍ତି।ଏବେ ଜିନତ୍ ପଶ୍ଚିମ ମେଦିନୀପୁର ଝାରଗ୍ରାମ ଡେଇଁ ପୁରିଲିଆ ଜିଲ୍ଲା ବୁଦୱାନରେ ପହଂଚିଛି । ଏଥିପାଇଁ ହାଇଆଲର୍ଟରେ ଅଛି ପୁରୁଲିଆ ଜିଲ୍ଲା । ଏବେ ଓଡ଼ିଶାସୀମାଠୁ ପ୍ରାୟ ୧୮୦ ଓ ଶିମିଳିପାଳରୁ ୨୧୦ କିମି ଦୂରରେ ଅଛି । ଜିନତକୁ ସୁରକ୍ଷିତ ଫେରାଇ ଆଣିବା ପାଇଁ ଉଭୟ ଓଡ଼ିଶା ଓ ପଶ୍ଚିମବଙ୍ଗ ବନବିଭାଗ ଜୋରସୋରରେ ଉଦ୍ୟମ ଚଳାଇଛନ୍ତି । ସୁଯୋଗ ପାଇବା ମାତ୍ରେ ଟାଙ୍କୁଲାଇଜ କରି ଶିମିଳିପାଳ ଫେରାଇ ଅଣାଯିବ ।ଜିନ୍ନତକୁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣା ଯାଇଥିଲା। ପ୍ରଥମେ ତାଙ୍କୁ ଶିମିଳିପାଳରେ ଏନକ୍ଲୋଜରରେ ରଖାଯାଇଥିଲା।ପରେ ତାକୁ ଶିମିଳିପାଳର କୋର ଏରିଆ ଭିତରେ ଛାଡ଼ି ଦିଆଯାଇଥିଲା।

You might also like