ବିଗିଡିଲା ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା

ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉତ୍ତମ । ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ବୋଉ ବୁଟୁ ଭୂତ ସିନେମାରେ ଅଭିନୟ କରିଛନ୍ତି । ସୂଚନା ଥାଉକି, ଉତ୍ତମ ମହାନ୍ତି ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମ । ସେ ସର୍ବମୋଟ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି । ଓଡ଼ିଆ କଥାଚିତ୍ର ଅଭିନେତ୍ରୀ, ଅପରାଜିତାଙ୍କୁ ସେ ବିବାହ କରିଛନ୍ତି । ସେମାନଙ୍କ ପୁତ୍ର ବାବୁସାନ ମହାନ୍ତି ଜଣେ ଅଭିନେତା ।

You might also like