ଆଗାମୀ ୪ ଦିନ ଶୁଖିଲା ରହିବ ପାଗ ;ଓଡିଶାକୁ ନାହିଁ ବାତ୍ୟା ଭୟ !

ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୫ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାର ରୂପ ନେବ।୨୫ ଓ ୨୬ ତାରିଖରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ମେଘୁଆ ପାଗ ଦେଖିବାକୁ ମିଳିବ। ତେବେ ୨୭ ଓ ୨୮ ତାରିଖ ବେଳକୁ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପୂର୍ବାନୁମାନ କରିଛି ।

୨୭ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୮ରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କୋରାପୁଟ ଓ ମାଲକାନଗିରିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ବାତ୍ୟାର ରୂପ ନେଲା ପରେ ତାର ନାଁ ରହିବ ଫେଙ୍ଗାଲ।ବାତ୍ୟା ଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ।୨୫ କିମ୍ବା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଲଘୁଚାପ କିମ୍ବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ।

You might also like